
Foods you should eat on an empty stomach In Odia
ଠିକ୍ ସମୟରେ ଠିକ ଭାବେ ଉପଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏହା ଆମ ଶରୀର ପାଇଁ ଲାଭଦାୟକ ହୋଇଥାଏ। ତେବେ ଆସନ୍ତୁ ଜାଣିବା ଖାଲି ପେଟରେ କେଉଁ ଖାଦ୍ୟ ଖାଇଲେ, ଏହା ଆମ ଶରୀର ପାଇଁ ହିତକାରକ।
- ରୁଟି –ଅଟାରେ ରୁଟି ପ୍ରସ୍ତୁତ ହୋଇଥିବାରୁ ଏହାକୁ ମଧ୍ୟ ଖାଲି ପେଟରେ ଖାଇ ପାରିବେ। ଏହା ଦ୍ୱାରା ଶରୀର ସୁସ୍ଥ ରହିବା ସହ ହଜମ କ୍ରିୟାକୁ ମଧ୍ୟ ସଠିକ୍ ରଖିଥାଏ। ମାତ୍ର ଖାଲି ପେଟରେ ମଇଦାରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ ନାହିଁ।
- କାଜୁ, ପେସ୍ତା ବାଦାମ, ବାଦାମ –ଏହାକୁ ରାତିରେ ପାଣିରେ ଭିଜାଇ ସକାଳେ ଖାଲି ପେଟରେ ଖାଇବା ଦ୍ୱାରା ମଧ୍ୟ ଶରୀରକୁ ବହୁ ଉପକାର ମିଳିଥାଏ। ଏହା ଦ୍ୱାରା ଆମର ସ୍ମରଣ ଶକ୍ତି ମଧ୍ୟ ବୃଦ୍ଧି ହୋଇଥାଏ।
- ଗଜାମୁଗ ବା ଗଜାବୁଟ –ଏଥିରେ ଅଧିକ ପରିମାଣରେ ପ୍ରୋଟିନ, କ୍ୟାଲସିୟମ ଆଦି ରହିଛି। ଏହାକୁ ସକାଳେ ଦାନ୍ତ ଘଷିବା ପରେ ଖାଲି ପେଟରେ ଖାଇବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଅଟେ। ଏହା ହାଡ଼କୁ ସୁସ୍ଥ ରଖେ ଓ ହାଡ ଜନିତ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ।
- ବ୍ରାଉନ ବ୍ରେଡ଼ –ଏହା ଅଟାରେ ପ୍ରସ୍ତୁତ ହୋଇଥିବାରୁ , ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ଶରୀରକୁ ବହୁ ଭିଟାମିନ ଯୋଗାଇଥାଏ।
- ମହୁ –ଖାଲି ପେଟରେ ଏକ ଗ୍ଲାସରେ ପାଣିରେ ଏକ ଚାମଚ ମହୁ ମିଶାଇ ପିଇଲେ ଏହା ଆମ ଶରୀରର ଖୁବ୍ ଉପକାର କରିଥାଏ। ଥଣ୍ଡା କାଶ ଜନିତ ସମସ୍ୟା ଦୂର ହୋଇଥାଏ। ଏକ ଗ୍ଲାସ ପାଣିରେ ସାମାନ୍ୟ ଲେମ୍ବୁ ସହ ମହୁ ମିଶାଇ ପିଇବା ଦ୍ୱାରା ମୋଟାପଣ ମଧ୍ୟ ଦୂର ହୋଇଥାଏ।
- ତରଭୁଜ –ଏଥିରେ ଅଧିକ ଜଳୀୟଅଂଶ ଥାଏ। ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ପେଟକୁ ଥଣ୍ଡା ରଖିଥାଏ ଓ ଶରୀରକୁ ସୁସ୍ଥ ରଖିବା ସହ ବିଭିନ୍ନ ରୋଗରୁ ରକ୍ଷା କରିଥାଏ।
Keywords: Foods you should eat on an empty stomach In Odia, Foods which provide maximum benefit when eaten empty stomach In Odia, Fruits to eat on empty stomach