BIOGRAPHY OF GAUTAMA BUDDHA IN ODIA | ଗୌତମ ବୁଦ୍ଧ ଙ୍କ ଜୀବନୀ

@_ustad
0
Buddha odia

Buddha Dev Biography In Odia

ସିଦ୍ଧାର୍ଥ ଗୌତମ ବୁଦ୍ଧ - ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ ।  ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ ଭାବରେ ଜଣା। "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ।
ଜନ୍ମ ଓ ଜନ୍ମସ୍ଥାନ: ୫୬୩ ଖ୍ରୀ.ପୂ ବା ୬୨୩ ଖ୍ରୀ.ପୂ. ଲୁମ୍ବିନୀ ଉଦ୍ୟାନ (ବର୍ତ୍ତମାନ ନେପାଳ)
ମୃତ୍ୟୁ: ୪୮୩ ଖ୍ରୀ.ପୂ ବା ୫୪୩ ଖ୍ରୀ.ପୂ. (୮୦ ବର୍ଷ), କୁଶୀନଗର, ଉତ୍ତରପ୍ରଦେଶ, ଭାରତ
ପ୍ରସିଦ୍ଧି: ବୌଦ୍ଧ ଧର୍ମର ପ୍ରତିଷ୍ଠାତା
ପୂର୍ବାଧିକାରୀ: କାସପ ବୁଦ୍ଧ
ଉତ୍ତରାଧିକାରୀ: ମୌତ୍ରେୟ ବୁଦ୍ଧ
ବାପା ବୋଉ: ଶୁଦ୍ଧୋଧନ (ବାପା), ମହାମାୟା (ମାଆ)

ଜନ୍ମ ଏବଂ ପ୍ରାରମ୍ଭିକ ଜୀବନ (Birth And Early Life Of Buddha Dev In Odia)

ଗୌତମ ବୁଦ୍ଧ ବୌଦ୍ଧ ଧର୍ମର ପ୍ରତିଷ୍ଠା କରିଥିଲେ । ସେ ଖ୍ରୀ. ପୂ ୫୬୭ (ମତାନ୍ତର)ରେ ହିମାଳୟର ପାଦଦେଶରେ ଅବସ୍ଥିତ କପିଳବାସ୍ତୁ ନିକଟବର୍ତ୍ତୀ ଲୁମ୍ବିନୀ ଉପବନରେ ଜନ୍ମ ଗ୍ରହଣ କରିଥିଲେ । କପିଳାବାସ୍ତୁ ଶାକ୍ୟବଂଶୀୟ କ୍ଷତ୍ରିୟମାନଙ୍କର ଏକ କ୍ଷୁଦ୍ର ରାଜ୍ୟ ଥିଲା ।ଗୌତମଙ୍କର ପିତା ଶୁଦ୍ଧୋଦନ ଏହି ଶାକ୍ୟ ଗଣତନ୍ତ୍ରର ରାଜା ଥିଲେ । ତାଙ୍କର ମାତାଙ୍କ ନାମ ଥିଲା ମାୟାଦେବୀ । ଜନ୍ମ ଲାଭ କରିବାର ଏକ ସପ୍ତାହ ପରେ ତାଙ୍କର ମାତା ମାୟାଦେବୀଙ୍କର ମୃତ୍ୟୁ ହେବାରୁ ବିମାତା ଗୌତମୀଙ୍କଦ୍ୱାରା ସେ ପରିପାଳିତ ହୋଇଥିଲେ । ରାଜପୁତ୍ର ହେଲେ ମଧ୍ୟ ରାଜକୀୟ ଭୋଗବିଳାସ ପ୍ରତି ତାଙ୍କର ମନ ଆଦୌ ଆକୃଷ୍ଟ ନଥିଲା । ସେ ସଂସାରବିରାଗୀ ଥିଲେ । ପୁତ୍ରର ମନ ପରିବର୍ତ୍ତନ ନିମନ୍ତେ ଶୁଦ୍ଧୋଦନ ଗୌତମଙ୍କୁ ଗୋପାନାମ୍ନୀ ଏକ ସୁନ୍ଦରୀ ରାଜକନ୍ୟାଙ୍କ ସହିତ ବିବାହ କରାଇଥିଲେ । ବିବାହ ପରେ ଗୌତମଙ୍କର ଏକ ପୁତ୍ର ସନ୍ତାନ ଜାତ ହୋଇଥିଲା । ଏସବୁ ସତ୍ତ୍ୱେ ଗୌତମଙ୍କର ମନ ପରିବର୍ତ୍ତନ ହୋଇନଥିଲା ।

ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକ କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣୀ ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ।

ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି। ବୁଦ୍ଧ ଜୟନ୍ତୀ ଦିବସର ତାତ୍ପର୍ଯ୍ୟ ହେଲା ସେହି ଦିନ ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଗୌତମ ବୁଦ୍ଧ ଜନ୍ମଗ୍ରହଣ କରିଥିଲେ ଏବଂ ବୁଦ୍ଧତ୍ୱ ପ୍ରାପ୍ତ ଓ ନିର୍ବାଣ (ମୋକ୍ଷ) ପ୍ରାପ୍ତ ହୋଇଥିଲେ। ଗୌତମ ବୁଦ୍ଧଙ୍କ ଶୀଳ, ସମାଧି, ପ୍ରଜ୍ଞା ଏବଂ ସତ୍ୟ, ଅହିଂସା ଓ କରୁଣାର ବାଣୀ ରାଷ୍ଟ୍ର, ଧର୍ମ ନିର୍ବିଶେଷରେ ସମସ୍ତଙ୍କୁ ପ୍ରଭାବିତ କରିପାରିଛି।

କେତେକ ଐତିହାସିକ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ । ତେବେ କିଛି ଗବେଷକଙ୍କ ମତରେ ବୁଦ୍ଧଙ୍କ ଜନ୍ମ ନେପାଳର କପିଳବାସ୍ତୁଠାରେ ହୋଇଥିଲା ।

ବୌଦ୍ଧଧର୍ମର ସିଦ୍ଧାନ୍ତ ଓଡ଼ିଶାର ଧର୍ମ, ସଂସ୍କୃତି, ସାହିତ୍ୟ ଓ ଆଚାରବ୍ୟବହାର କ୍ଷେତ୍ରରେ ପ୍ରୟୋଗ ହୋଇ ଆସିଛି। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରେ ବୁଦ୍ଧଦେବ ମଧ୍ୟ ଏକ ଅବତାର ରୂପେ ସ୍ଥାନ ପାଇଛନ୍ତି। ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ବୌଦ୍ଧ ଧର୍ମାବଲମ୍ବୀମାନେ ବୁଦ୍ଧ ପୂର୍ଣ୍ଣିମାରେ ଧଉଳିଗିରି ଓ ଭୁବନେଶ୍ୱରର ବୌଦ୍ଧ ବିହାରଠାରେ ବୁଦ୍ଧ ଜୟନ୍ତୀ ପାଳନ ପାଇଁ ଏକତ୍ରିତ ହୁଅନ୍ତି ।

ବୌଦ୍ଧ ଧର୍ମର ନିର୍ବାଣ ବା ମୋକ୍ଷରେ ଚିର ଶାନ୍ତି ଓ ପରମ ଆନନ୍ଦ ପାଏ ଜଣେ ସାଧକ । ନିରବତା ଓ ନିସ୍ତବ୍‌ଧତା ଧ୍ୟାନ ପାଇଁ ଏକାନ୍ତ ଆବଶ୍ୟକ ଯାହାକି ବୌଦ୍ଧ ସାଧନାର ମୂଳଭିତ୍ତି। ବୁଦ୍ଧ ଜୟନ୍ତୀ ପଡୁଥିବା ଏହି ବୈଶାଖ ପୂର୍ଣ୍ଣିମାକୁ ମଧ୍ୟ ଚନ୍ଦନ ପୂର୍ଣ୍ଣିମା କହନ୍ତି ।

କପିଳାବାସ୍ତୁ ଶାକ୍ୟବଂଶୀୟ କ୍ଷତ୍ରିୟମାନଙ୍କର ଏକ କ୍ଷୁଦ୍ର ରାଜ୍ୟ ଥିଲା । ଗୌତମଙ୍କର ପିତା ଶୁଦ୍ଧୋଦନ ଏହି ଶାକ୍ୟ ଗଣତନ୍ତ୍ରର ରାଜା ଥିଲେ । ତାଙ୍କର ମାତାଙ୍କ ନାମ ଥିଲା ମାୟାଦେବୀ । ଜନ୍ମ ଲାଭ କରିବାର ଏକ ସପ୍ତାହ ପରେ ତାଙ୍କର ମାତା ମାୟାଦେବୀଙ୍କର ମୃତ୍ୟୁ ହେବାରୁ ବିମାତା ଗୌତମୀଙ୍କ ଦ୍ଵାରା ପରିପାଳିତ ହୋଇ ଥିଲେ ।

ରାଜପୁତ୍ର ହେଲେ ମଧ୍ୟ ରାଜକୀୟ ଭୋଗବିଳାସ ପ୍ରତି ତାଙ୍କର ମନ ଆଦୌ ଆକୃଷ୍ଟ ନଥିଲେ । ସେ ସଂସାରବିରାଗୀ ଥିଲେ । ପୁତ୍ରର ମନ ପରିବର୍ତ୍ତନ ନିମନ୍ତେ ଶୁଦ୍ଧୋଦନ ଗୌତମଙ୍କୁ ଗୋପାନାମ୍ନୀ ଏକ ସୁନ୍ଦରୀ ରାଜକନ୍ୟାଙ୍କ ସହିତ ବିବାହ କରାଇଥିଲେ । ବିବାହ ପରେ ଗୌତମଙ୍କର ଏକ ପୁତ୍ର ସନ୍ତାନ ଜାତ ହୋଇଥିଲା । ଏସବୁ ସତ୍ତ୍ଵେ ଗୌତମଙ୍କର ମନ ପରିବର୍ତ୍ତନ ହୋଇନଥିଲା ।

କିମ୍ବଦନ୍ତୀ (Mythology Of Buddha In Odia)

କପିଳାବାସ୍ତୁ ନଗର ପରିଭ୍ରମଣ କଲାବେଳେ ଗୌତମ ଏକ ଜରାଗ୍ରସ୍ତ, ଏକ ରୁଗ୍ଣ ବ୍ୟକ୍ତି ଏବଂ ଏକ ଶବ ଦେଖିବାରୁ ମନରେ ଗଭୀର ଦୁଃଖ ଅନୁଭବ କଲେ । ମନୁଷ୍ୟର ଜନ୍ମ, ବାର୍ଦ୍ଧକ୍ୟ, ରୋଗ, ଦୁଃଖ, କ୍ଳେଶ, ମୃତ୍ୟୁ ଇତ୍ୟାଦି ବିଷୟ ଚିନ୍ତାକରି ସେ ଦୁଖଃରେ ଅଭିଭୂତ ହୋଇପଡ଼ିଲେ ।

ସେ ଏସବୁଥିରୁ ମୁକ୍ତିଲାଭ କରିବାର ଉପାୟ ଚିନ୍ତା କରିବାକୁ ଲାଗିଲେ । ଏହି ସମୟରେ ଦିନେ ସେ ଏକ ପ୍ରସନ୍ନବଦନ ସନ୍ୟାସୀଙ୍କୁ ଦେଖିଲେ । ସନ୍ୟାସ ବରଣ କଲେ ଦୁଃଖ୍ଗରୁ ତ୍ରାହି ମିଳିବ ବୋଲି ସେ ୨୯ ବର୍ଷ ବୟସରେ ଦିନେ ନିଶାର୍ଦ୍ଧରେ ସାଂସାରିକ ମାୟାବନ୍ଧନ ଛିନ୍ନକରି ସମସ୍ତଙ୍କ ଅଗୋଚରରେ ରାଜପ୍ରସଦ ତ୍ୟାଗକରିଥିଲେ ।

ଗୌତମ ବୁଦ୍ଧଙ୍କ ପରିନିର୍ମାଣର ଅଳ୍ପ କାଳ ପରେ ବୌଦ୍ଧ ଧର୍ମ ସମଗ୍ର ଭାରତବର୍ଷରେ ପ୍ରସାରଲାଭ କରିଥିଲା । ବିଶେଷତଃ ଖ୍ରୀ.ପୂ. ତୃତୀୟ ଶତାବ୍ଦୀରେ ମୌର୍ଯ୍ୟ ସମ୍ରାଟ ଅଶୋକଙ୍କପୃଷ୍ଠପୋଷକତାରେ ବୌଦ୍ଧ ଧର୍ମ କେବଳ ଭାରତରେ ନୁହେଁ, ଭାରତ ବାହାରେ ପଶ୍ଚିମରେ ଗ୍ରୀସ ଦେଶଠାରୁ ପୂର୍ବରୁ ବ୍ରହ୍ମଦେଶ ଏବଂ ଦକ୍ଷିଣରେ ସିଂହଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଥିଲା ।

ବୁଦ୍ଧ ଧର୍ମର ପ୍ରଚାର ପ୍ରସାର

ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ କୁଶାଣବଂଶର ଶ୍ରେଷ୍ଠସମ୍ରାଟ କନିଷ୍କଙ୍କ ପ୍ରେରଣାରେ ବୌଦ୍ଧଧର୍ମ ଚୀନ, ତିବ୍ଦତ, ଜାପାନ ପ୍ରଭୃତି ଦେଶରେ ପ୍ରଚାରିତ ହୋଇଥିଲା । ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ କନୌଜର ରାଜା ହର୍ଷବର୍ଦ୍ଧନଙ୍କ ସାହାଯ୍ୟରେ ଗୌଦ୍ଧଧର୍ମ ବିଶେଷ ଅଗ୍ରଗତି କରିଥିଲା । ଏହିପରି ପୃଷ୍ଠପୋଷକତା ଲାଭକରି ବୌଦ୍ଧଧର୍ମ ପୃଥିବୀର ଏକ ମୂଖ୍ୟ ଧର୍ମରେ ପରିଣତ ହୋଇଥିଲା ।

ରାଜା ମହାରାଜାମାନଙ୍କ ଦ୍ଵାରା ଅତି ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ଅସଂଖ୍ୟ ବୌଦ୍ଧଗୁମ୍ଫା, ସ୍ତୂପ,ଚୈତ୍ୟ, ବୌଦ୍ଧବିହାର ଓ ବୌଦ୍ଧମୂର୍ତ୍ତିଗୁଡିକ ଭାରତର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇ ତାହା ବୌଦ୍ଧ ଧର୍ମର ପ୍ରସାର ଦିଗରେ ଯଥେଷ୍ଟ ସାହାଯ୍ୟ କରିଥିଲା । ଅଶୋକଙ୍କର ଅନୁଶାସନ ବୌଦ୍ଧଧର୍ମ ପ୍ରସାରର ଏକ ପ୍ରଧାନ କାରଣ ।

https://blog.odiabook.in/2022/03/biography-of-gautama-buddha-in-odia.html

Post a Comment

0Comments

Post a Comment (0)